Tuesday, January 21, 2025
15.8 C
Odisha

    ସବୁ ପ୍ରାଥମିକ ବିଦ୍ୟାଳୟରେ ଖୋଲିବ ‘ଶିଶୁ ବାଟିକା’

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟର ଅଭିଭାବକମାନଙ୍କ ପାଇଁ ବଡ଼ ଖବର ଆସିଛି। ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ ଏଥିରେ କୁହାଯାଇଛି ଯେ, ପିଲାମାନଙ୍କର ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ‘ଜାତୀୟ ଶିକ୍ଷା ନୀତି-୨୦୨୦’ର ପ୍ରାବଧାନ ଅନୁସାରେ ରାଜ୍ୟ ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ବୟସ ୬ବର୍ଷ ହୋଇଥିବା ଜରୁରୀ।
    ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬ବର୍ଷରୁ ଊର୍ଦ୍ଧ୍ବ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ, ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ।ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ଗତ ସପ୍ତାହରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.8 ° C
    15.8 °
    15.8 °
    23 %
    1.6kmh
    0 %
    Mon
    16 °
    Tue
    31 °
    Wed
    33 °
    Thu
    34 °
    Fri
    34 °

    ସମ୍ବନ୍ଧିତ