Tuesday, August 5, 2025
28.9 C
Odisha

    ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଏଣିକି ଆଉ ଅଫିସକୁ ମନଇଚ୍ଛା ଆସିପାରିବେନି ସରକାରୀ କର୍ମଚାରୀ । ନଚେତ ଅଫିସରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ସବୁ ରାଜସ୍ୱ କାର୍ଯ୍ୟାଳୟରେ ବସିବ ବାୟୋମେଟ୍ରିକ । ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ବାୟୋମେଟ୍ରିକ ଲାଗୁ ହେବା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନେଇଛନ୍ତି ନିଷ୍ପତ୍ତିି । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ରାଜ୍ୟ ସରକାର ।

    ଯେଉଁ ସବୁ ସରକାରୀ ଅଫିସରେ ବାୟୋମେଟ୍ରିକ ଆଟେଣ୍ଡାନସ ସିଷ୍ଟମ ନାହିଁ ସେଠାରେ ତୁରନ୍ତ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା କରିବାକୁ କୁହାଯାଇଛି । ସବୁ ବିଭାଗ ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକ୍ଷମ ନେଇ ସୁନିଶ୍ଚିତ କରିବାକୁ କୁହାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କନିଷ୍ଠ କର୍ମଚାରୀଙ୍କଠାରୁ ଆରମ୍ଭ କରି ସର୍ବୋଚ୍ଚ ପଦବୀରେ ଥିବା ଅଧିକାରୀଙ୍କ ପାଇଁ ଏହା ଲାଗୁ ହେବ । ଅଫିସକୁ କର୍ମଚାରୀମାନେ ବିଳମ୍ବରେ ଆସୁଥିବା ଅଭିଯୋଗ ହେଉଥିବା ବେଳେ ଏଥିରେ ରୋକ ଲଗାଇବା ପାଇଁ ରାଜ୍ୟ ସରକାରଙ୍କ ସବୁ ଅଫିସରେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏସଂକ୍ରାନ୍ତ ଡାଟାକୁ ଏନଆଇସି ଦ୍ବାରା ବିକଶିତ ବାୟୋମେଟ୍ରିକ ଆଟେଣ୍ଡାନସ ସିଷ୍ଟମ ପୋର୍ଟାଲକୁ ଲିଙ୍କ କରିବାକୁ କୁହାଯାଇଛି । ସବୁ ସରକାରୀ କର୍ମଚାରୀ ଅଫିସରେ ପହଞ୍ଚିବା ଓ ଅଫିସ ଛାଡ଼ିବା ବେଳେ ବାୟୋମେଟ୍ରିକ ଆଟେଣ୍ଡାନ୍ସ ବ୍ୟବସ୍ଥାରେ ଉପସ୍ଥାନ ଦେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    28.9 ° C
    28.9 °
    28.9 °
    72 %
    0.8kmh
    92 %
    Tue
    29 °
    Wed
    34 °
    Thu
    31 °
    Fri
    26 °
    Sat
    31 °

    ସମ୍ବନ୍ଧିତ