Saturday, October 17, 2026
30.5 C
Odisha

    ସମସ୍ତ ବିଧାୟକ/ବିଧାୟିକାମାନେ ନିଜ ନିଜ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରୁହନ୍ତୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ବଳ ଗୋଟାଇ ଭୟଙ୍କର ରୂପଧାରଣ କରି ସ୍ଥଳଭାଗ ଆଡ଼େ ମୁହାଁଇଛି ବାତ୍ୟା । ଅବପାତରୁ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତରେ ପରିଣତ ହେବା ପରେ ବାତ୍ୟାର ବେଗ ବଢିଛି। ଏବେ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଗତି କରୁଛି ବାତ୍ୟା। ଆଇଏମଡିର ଟ୍ରାକ୍ ଅନୁସାରେ ବାତ୍ୟା ପାରାଦୀପରୁ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଅତି ଭୀଷଣ ରୂପ ନେଇ ବାତ୍ୟା ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ। କିନ୍ତୁ ଅତିବେଶିରେ ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ଛୁଇଁପାରେ। ସେପଟେ ବାତ୍ୟାକୁ ନେଇ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଚୁଡାନ୍ତ କରିଛନ୍ତି। ବିଭିନ୍ନ ସ୍ତରରେ ଅଧିକାରୀଙ୍କୁ ବାତ୍ୟା ପରିଚାଳନା ପାଇଁ ଗୁରୁ ଦାୟିତ୍ୱ ଦିଆଯାଇଛି। ସରକାରୀ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି। ଏଥି ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ ବିଧାୟକ/ବିଧାୟିକାମାନେ ନିଜ ନିଜ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରୁହିବାକୁ କହିଛନ୍ତି। ଏନେଇ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବୃଷ୍ଟିପାତ ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ସହିତ ସମନ୍ୱିତ ଭାବେ ବାତ୍ୟା ମୁକାବିଲା କରିବା ସହିତ ରିଲିଫ ଓ ଉଦ୍ଧାରକାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସମସ୍ତ ବିଧାୟକ/ବିଧାୟିକାମାନେ ନିଜ ନିଜ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରହିବା ଆବଶ୍ୟକ। ସମସ୍ତ ବିଧାୟକ/ବିଧାୟିକା ନିଜ ନିଜ ଅଞ୍ଚଳବାସୀଙ୍କ ସହିତ ରହି ସେମାନଙ୍କୁ ଆବଶ୍ୟକୀୟ ସହାୟତା ଦେବା ପାଇଁ ଯଥା ସମ୍ଭବ ଚେଷ୍ଟିତ ହୁଅନ୍ତୁ।’’

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.5 ° C
    30.5 °
    30.5 °
    57 %
    2.1kmh
    74 %
    Sat
    28 °
    Sun
    30 °
    Mon
    31 °
    Tue
    30 °
    Wed
    29 °

    ସମ୍ବନ୍ଧିତ