Wednesday, July 15, 2026
28.3 C
Odisha

    ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ:ମୁଖ୍ୟମନ୍ତ୍ରୀ ମୋହନ ମାଝୀ

    ଆଗକୁ ପଢନ୍ତୁ

    କଟକ: କଟକ ବାବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପତାକା ଉତ୍ତୋଳନ କରି ସମ୍ବୋଧନ କରିଥିଲେ ମୁଖ୍ୟମନ୍ତ୍ରୀ । କହିଥିଲେ, ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି । ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ । ଏହି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ ।

    ଗୁଣାତ୍ମକ ଶିକ୍ଷା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବାରବାଟୀ ଷ୍ଟାଡିୟମରୁ ମହିଳାବିରୋଧୀ ହିଂସାକାରୀଙ୍କୁ ମୁଖ୍ୟମନ୍ତ୍ରୀ କଡ଼ା ଚେତାବନୀ ଶୁଣାଇଛନ୍ତି । ନାରୀ ସୁରକ୍ଷାକୁ ନେଇ ଆମର ଶୂନ୍ୟ ସହନଶୀଳତା ନୀତି । ମହିଳା ବିରୋଧୀ ହିଂସାକାରୀଙ୍କ ଗୋଟିଏ ଠିକଣା ଜେଲ୍ । ମହିଳା ବିରୋଧୀ ହିଂସାକୁ କଦାପି ବରଦାସ୍ତ କରାଯିବନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.3 ° C
    28.3 °
    28.3 °
    73 %
    1.9kmh
    99 %
    Wed
    27 °
    Thu
    31 °
    Fri
    28 °
    Sat
    26 °
    Sun
    24 °

    ସମ୍ବନ୍ଧିତ