Tuesday, October 20, 2026
22.4 C
Odisha

    ସରକାରଙ୍କ ସହ ଆଲୋଚନା ପରେ ନର୍ସିଂ ଆନ୍ଦୋଳନ ପ୍ରତ୍ୟାହୃତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟବ୍ୟାପି ଧାରଣାରତ ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ ନେଇ ବଡ଼ ଅପଡେଟ୍‌ ଆସିଛି। ରାଜ୍ୟ ସରକାରଙ୍କ ସହ ଆଜି ସନ୍ଧ୍ୟାରେ ସଫଳ ଆଲୋଚନା ପରେ ଓଡ଼ିଶା ନର୍ସିଂ ଅଫସର ସଂଘ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି। ନର୍ସିଂ ସଂଘ ପକ୍ଷରୁ ଗଣମାଧ୍ୟମକୁ ଏନେଇ ସୂଚନା ଦିଆଯାଇଛି। ଆନ୍ଦୋଳନ ପ୍ରତ୍ୟାହାର ହେଲା ପରେ ସଂଘର ସଦସ୍ୟମାନେ ଆଜି ରାତି ୧୧ଟାରୁ ନିଜନିଜ କାର୍ଯ୍ୟରେ ଯେଗଦେବେ ବୋଲି କହିଛନ୍ତି।

    ଆନ୍ଦୋଳନ ନେଇ ନର୍ସିଂ ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାର ସେମାନଙ୍କର ଦାବି ଶୁଣିବା ପାଇଁ ରାଜି ହୋଇଛନ୍ତି। କିନ୍ତୁ ଆନ୍ଦୋଳନ ଜାରି ରହିବ କି ନାହିଁ ସଂଘର କର୍ମକର୍ତ୍ତାମାନେ ଆଜି ରାତିରେ ଆଲୋଚନା କରିବେ। ବୈଠକ ପରେ ଅପଡେଟ୍‌ ଖବର ଗଣମାଧ୍ୟମକୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଜଣାଇ ଦିଆଯିବ। ସାଧାରଣ ସଂଘର ସଂପାଦକ ଅଶ୍ବିନୀ ଦାସ କହିଛନ୍ତି, ରାଜ୍ୟ ସରକାର ଆମର ୧୦ ସୂତ୍ରୀ ଦାବି ତର୍ଜମା କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।

    ନର୍ସିଂ ସଂଘର ବରିଷ୍ଠ କର୍ମକର୍ତ୍ତାଙ୍କ ସହିତ ଆଜି ସନ୍ଧ୍ୟାରେ ଆଲୋଚନା ପରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇ କହିଥିଲେ ଯେ, ନର୍ସିଂ ସଂଘ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛନ୍ତି। ତାଙ୍କ ସହିତ ସୌହାଦ୍ଦ୍ୟପୂର୍ଣ୍ଣ ଆଲୋଚନା ହୋଇଛି। ଆମେ ଏକ କମିଟି ଗଠନ କରିବୁ। ଏହି କମିଟିରେ ନର୍ସିଂ ସଂଘର ଦାବି ସଂପର୍କରେ ଆଲୋଚନା କରିବୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    85 %
    1.3kmh
    2 %
    Tue
    22 °
    Wed
    29 °
    Thu
    30 °
    Fri
    29 °
    Sat
    28 °

    ସମ୍ବନ୍ଧିତ