Sunday, November 8, 2026
18.8 C
Odisha

    ସରିଲା କ୍ୟାବିନେଟ ବୈଠକ: ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨କୋଟି ଟଙ୍କା ମଞ୍ଜୁର ହୋଇଛି ।

    କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ, ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ପୁନର୍ଗଠନ ସହ ସେମାନଙ୍କୁ ପଦୋନ୍ନତିର ସୁବିଧା ପ୍ରଦାନ ପାଇଁ ବିଜ୍ଞପ୍ତି ସଂ.୧୩୨୩ ତା. ୧୯.୦୨.୨୦୨୪ ରିଖରେ ଓଡିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଅଧୀନରେ ଏକ ନୂତନ ସେବା ବର୍ଗ ଯଥା: “ଓଡିଶା ସଂସ୍କୃତି ଉନ୍ନୟନ ସେବା ବର୍ଗ” ଗଠନ କରାଯାଇଥିଲା। ଏହି ନିୟମାବଳୀ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ଅର୍ଥ ବିଭାଗ, ଆଇନ ବିଭାଗଙ୍କ ଅନୁମୋଦନ ଲାଭ କରିବା ପରେ ଓଡିଶା ଲୋକ ସେବା ଆୟୋଗଙ୍କ ଦ୍ଵାରା ସ୍ଵୀକୃତ ହୋଇଛି। ଏ ସଂକ୍ରାନ୍ତରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଅନୁମୋଦନ ପ୍ରାପ୍ତ ହୋଇଛି।

    ସାଂପ୍ରତିକ ସମୟରେ ଓଡ଼ିଆ ସାହିତ୍ୟ ଓ ସଂସ୍କୃତିର ବିକାଶ ଏବଂ ଏହି ପରିପ୍ରେକ୍ଷୀରେ ହେଉଥିବା ବିଭିନ୍ନ ବିକାଶ ତଥା ଉନ୍ନୟନ ମୂଳକ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ସହ ଏହାର ସଫଳ ରୂପାୟନ କରିବା ନିମନ୍ତେ ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡିଶା ସଂସ୍କୃତି ସେବା ନିୟମ,୨୦୦୬ ଅଧୀନରେ ଥିବା ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ପୁନର୍ଗଠନ ସହ ସେମାନଙ୍କୁ ପଦୋନ୍ନତିର ସୁବିଧା ପ୍ରଦାନର ଆବଶ୍ୟକତା ରହିଛି। ଉକ୍ତ ପ୍ରସ୍ତାବକୁ ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳଙ୍କ ଅନୁମୋଦନ ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.8 ° C
    18.8 °
    18.8 °
    69 %
    1.4kmh
    1 %
    Sat
    18 °
    Sun
    26 °
    Mon
    26 °
    Tue
    26 °
    Wed
    26 °

    ସମ୍ବନ୍ଧିତ