Wednesday, September 30, 2026
28.2 C
Odisha

    ସରିଲା ଖଣ୍ଡଗିରି କୁମ୍ଭମେଳା; ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସରିଲା ଖଣ୍ଡଗିରି କୁମ୍ଭମେଳା । ଦୀର୍ଘ ୯ ଧରି ହୋମ, ଯଜ୍ଞ ସହ ପୁରା ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶରେ ପ୍ରକମ୍ପିତ ହୋଇଥିଲା ଖଣ୍ଡଗିରି । ସାଧୁମାନେ ଧୂନି ଜାଳି ବିଶ୍ଵ ଶାନ୍ତି ପାଇଁ ଆହୁତି ଦେଉଥିଲେ । ନାଗା ଓ ଜୈନ୍ ସନ୍ଥମାନଙ୍କ ଠାରୁ ଆର୍ଶୀବାଦ ନେବାକୁ ଲାଗିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼। ନାଗା ବାବାଙ୍କୁ ଦର୍ଶନ ସହ ଆର୍ଶୀବାଦ ନେବାକୁ ଖଣ୍ଡଗିରିରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଥିଲା । ଉଜ୍ଜୟିନୀ ମହାକାଲ, ହରିଦ୍ଵାର, କେଦାର ନାଥ, କାଶୀ, ମଥୁରା, ବୃନ୍ଦାବନ, ଡେରାଡୁନର ସାଧୁ ସନ୍ଥମାନେ ଏକାଠି ହୋଇଥିଲେ । ଆକର୍ଷଣ ସାଜିଥିଲେ ଶ୍ରୀଦିଗାମ୍ବର ବମବମ ପୁରୀ ମହାରାଜ, ଶ୍ରୀ ଦିଗାମ୍ବର ଫୈଜୀ ନାଗା ସ୍ବାମୀ, ଷ୍ଟାଣ୍ଡିଙ୍ଗ ବାବା, ରୁଦ୍ରାକ୍ଷ ବାବା। ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ସର୍ବଭାରତୀୟ ସାଧୁସନ୍ଥ ସଂଗଠନ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.2 ° C
    28.2 °
    28.2 °
    67 %
    1.7kmh
    61 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ