Wednesday, July 30, 2025
25.4 C
Odisha

    ସରିଲା ମା’ ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡି ଗଣତି, ମିଳିଲା ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା

    ଆଗକୁ ପଢନ୍ତୁ

    ରାୟଗଡା : ୬ ମାସ ପରେ ଖୋଲିଲା ରାୟଗଡ଼ା ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡି । ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୋଲିସର କଡ଼ା ସୁରକ୍ଷା ବଳୟ ଭିତରେ ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ୯ଟି ଦାନ ହୁଣ୍ଡି ଖୋଲାଯାଇ ଗଣତି କରାଯାଇଛି । ଗଣତି ଶେଷରେ ହୁଣ୍ଡିରୁ ନଗଦ ଆକାରରେ ୧ କୋଟି ୦୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା ସହିତ ୩୮ ଗ୍ରାମ ସୁନା, ୨ କେଜି ୫୦୫ ଗ୍ରାମ ରୁପା ସହିତ ୧୨ ଟି ବିଦେଶୀ ମୁଦ୍ରା ମିଳିଛି । ଦୀର୍ଘ ୮ ଘଣ୍ଟା ଧରି ୨୦୦ ରୁ ଉର୍ଦ୍ଧ୍ବ ସ୍ୱଚ୍ଛସେବୀ ଏହି ଗଣତିରେ ସାମିଲ ହୋଇଥିଲେ । ସୋମବାର ସକାଳ ୯ଟାରୁ ଗଣତି ଆରମ୍ଭ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ୧୫୦ ଜଣ ସ୍ବେଚ୍ଛାସେବୀ , ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ୍ କର୍ମଚାରୀ ଓ ୫୦ ଜଣ ମନ୍ଦିର ପ୍ରଶାସନ କର୍ମକର୍ତ୍ତା ଅଂଶ ଗ୍ରହଣ କରିଥିଲେ।

    ଏହି ଅର୍ଥକୁ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରେ ଜମା କରାଯାଇଛି । ଏହି ଅର୍ଥରୁ ମିଳୁଥିବା ସୁଧରେ ମନ୍ଦିରର ପାରିପାର୍ଶ୍ବିକ ଉନ୍ନତି ସହ ମନ୍ଦିରକୁ ଆସୁଥିବା ଭକ୍ତଙ୍କ ସୁବିଧା ପାଇଁ ଖର୍ଚ୍ଚ କରାଯିବ ବୋଲି କହିଛନ୍ତି ମନ୍ଦିର ପରିଚାଳନା କମିଟି ଟ୍ରଷ୍ଟି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.4 ° C
    25.4 °
    25.4 °
    81 %
    3.5kmh
    99 %
    Wed
    29 °
    Thu
    31 °
    Fri
    31 °
    Sat
    31 °
    Sun
    32 °

    ସମ୍ବନ୍ଧିତ