Saturday, February 21, 2026
33.5 C
Odisha

    ସରିଲା ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି; ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ହେଲେ ସାମିଲ

    ଆଗକୁ ପଢନ୍ତୁ

    ପୁରୀ : ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି । ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ ଯୋଗଦେଇଛନ୍ତି । ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ସାମିଲ ହୋଇଛନ୍ତି ।

    ସୂଚନା ଅନୁଯାୟୀ, ଗତ ମେ’ ମାସ ୧୧ ତାରିଖରେ ଶ୍ରୀମନ୍ଦିର ପରମ୍ପରା ବିରୋଧୀ କାର୍ଯ୍ୟ ଯୋଗୁ ୩୦ ଦିନ ପାଇଁ ରାମକୃଷ୍ଣ ଦାସ ମହାପାତ୍ର ନିଲମ୍ବନ‌ ହୋଇଥିଲେ । ଶ୍ରୀମନ୍ଦିର ପ୍ରବେଶ ଉପରେ ମଧ୍ୟ ଲାଗିଥିଲା କଟକଣା । ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇ ବିବାଦକୁ ଆସିଥିଲେ । ବଳକା ଦାରୁରେ ବିଗ୍ରହ ନିର୍ମାଣ ଏବଂ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣକୁ ପ୍ରତିବାଦ କରିନଥିବାରୁ ନିଆଯାଇଥିଲା ଆକ୍ସନ । ତେବେ ଆଜି ନିଲମ୍ବନ ଅବଧି ସରିବା ପରେ ଦେଇତାପତି ସେବା କାର୍ଯ୍ୟ ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ର ସାମିଲ ହୋଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.5 ° C
    33.5 °
    33.5 °
    15 %
    4.2kmh
    11 %
    Sat
    33 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ