Sunday, October 25, 2026
20.1 C
Odisha

    ସାଇକେଲ ଥୋଇ ଭରାନଦୀକୁ ଡେଇଁ ପଡ଼ିଲେ ଅଧ୍ୟାପକ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଳକ ଲୁଣାନଦୀର ବସୁପୁର ପୋଲ ଉପରୁ ପାଣିକୁ ଡେଇଁ ରବିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ମାର୍ଶାଘାଇ ବ୍ଳକ ଆୟତିପୁର ପଞ୍ଚାୟତ ଅମୃତମଣି ପାଟଣା ଗ୍ରାମର ବ୍ରହ୍ମାନନ୍ଦ ନାୟକଙ୍କ ପୁଅ ଚିନ୍ମୟ ନାୟକ (୪୦) । ତେବେ କାହିଁକି ଓ କେଉଁ କାରଣରୁ ଚିନ୍ମୟ ନଦୀକୁ ଡେଇଁଲେ ତାହାର କାରଣ ଜଣାପଡି ନାହିଁ। ତେବେ ପାରିବାରିକ କଳହରୁ ଏହା ଘଟିଥାଇପାରେ ବୋଲି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆଲୋଚନା ହେଉଛି। ପୋଲ ଉପରେ ଚିନ୍ମୟ ତାଙ୍କ ସାଇକେଲ ଓ ଚପଲ ଥୋଇ ଭରାନଦୀକୁ ଡେଇଁ ପଡ଼ିଥିବା ପ୍ରତକ୍ଷଦର୍ଶୀ ସୂଚନା ଦେଇଛନ୍ତି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜା ଖୋଜି ଆରମ୍ଭ କରିଛନ୍ତି। ଏପରିକି ଘଟଣା ସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆମ୍ଭ କରିଛି। ତେବେ ଚିନ୍ମୟଙ୍କ କୌଣସି ପତ୍ତା ମିଳିପାରି ନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    68 %
    1.7kmh
    20 %
    Sun
    20 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ