Tuesday, March 31, 2026
26.8 C
Odisha

    ସାଧାରଣ ଲୋକ ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସର ଗ୍ୟାଲେରି: ପ୍ରଭାତୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ତିନି ଦିବସୀୟ ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନ ଆଜି ଶେଷ ହେବାକୁ ଯାଉଛି। ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହରେ ଦେଢ଼ଶହରୁ ଊର୍ଦ୍ଧ୍ବ ରାଷ୍ଟ୍ରରୁ ପ୍ରାୟ ୭୦୦୦ ପ୍ରବାସୀ ଭାରତୀୟମାନେ ଯୋଗ ଦେଇଥିଲେ। ସେହିପରି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ବିନୀ ବୈଷ୍ଣବ, ଓଡ଼ିଶାର ସାଂସଦ, ବିଧାୟକ ପ୍ରମୁଖ ଯୋଗଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମାରୋହକୁ ଗତକାଲି ଉଦ୍‌ଘାଟନ କରିଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଯୋଗ ଦେଇ ୨୪ଟି ଦେଶର ୨୭ ଜଣଙ୍କୁ ପ୍ରବାସୀ ଭାରତୀୟ ସମ୍ମାନିତ କରିଛନ୍ତି। ଏହି ସମ୍ମେଳନ ସରିବା ପରେ ସାଧାରଣ ଲୋକଙ୍କ ପାଇଁ ପ୍ରଦର୍ଶନ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ଖୋଲା ରଖାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ଏହି ସୂଚନା ପ୍ରଦାନ କରିଛନ୍ତି। ପ୍ରଦର୍ଶନୀ ବୁଲିବା ପାଇଁ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ। ଦର୍ଶକମାନଙ୍କ ପାଇଁ ଏହା ଜାନୁଆରି ୧୧ ତାରିଖ ପୂର୍ବାହ୍‌ଣ ୧୦ଟାରୁ ଖୋଲାଯିବ।

    ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋାଦୀ ଗତକାଲି ପ୍ରଥମ ଥର ପାଇଁ ପୂର୍ବ ଭାରତୀୟ ରାଜ୍ୟ ‘ଓଡ଼ିଶା’ରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ ପ୍ରବାସୀମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ, ସମସ୍ତ ପ୍ରବାସୀ ଭାରତୀୟଙ୍କୁ ମହାପ୍ରଭୁ ଜଗନ୍ନାଥ ଓ ମହାପ୍ରଭୁ ଲିଙ୍ଗରାଜଙ୍କ ଭୂମିକୁ ସ୍ୱାଗତ। ଦେଶରେ ଏବେ ସବୁଠି ଉତ୍ସବର ସମାରୋହ ଆୟୋଜନ ହେଉଛି। ପ୍ରୟାଗରାଜରେ ପବିତ୍ର ମହାକୁମ୍ଭ ମେଳା ମଧ୍ୟ ଆୟୋଜନ ହେଉଛି। ଓଡ଼ିଶା କଳା ଓ ସଂସ୍କୃତିରେ ପରିପୂର୍ଣ୍ଣ। ଓଡ଼ିଶାର ପାଦେ ପାଦେ ପ୍ରମୁଖ ଐତିହ୍ୟକୁ ଦେଖିବାକୁ ମିଳେ। ଖଣ୍ଡଗିରି, ଉଦୟଗିରି, କୋଣାର୍କକୁ ଦେଖିଲେ ଗର୍ବ ଅନୁଭବ ହୁଏ। କାହିଁ କେତେ ବର୍ଷ ପୂର୍ବରୁ ଓଡ଼ିଶାର ବେପାରୀମାନେ ବାଲି, ସୁମତ୍ରା, ଜାଭା ଯାତ୍ରା କରୁଥିଲେ। ତାହାର ସ୍ମୃତିରେ ବାଲିଯାତ୍ରା ଆୟୋଜନ କରାଯାଉଛି। ଧଉଳି ଶାନ୍ତିର ପ୍ରତୀକ ଅଟେ। ଦୁନିଆରେ ଯେତେବେଳେ ଅସ୍ତ୍ର ବଳରେ ସାମ୍ରାଜ୍ୟ ବଢ଼ାଇବାକୁ ଜୋର ଧରିଥିଲା, ସେତେବେଳେ ସମ୍ରାଟ ଅଶୋକ ଶାନ୍ତିର ରାସ୍ତା ବାଛିଥିଲେ। ସେଥିପାଇଁ ଆଜି ଭାରତ କହୁଛି ‘ଭବିଷ୍ୟତ ଯୁଦ୍ଧରେ ନୁହେଁ ବୁଦ୍ଧରେ ଅଛି।

    ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମକୁ ଆହୁରି ସଫଳ ଏବଂ ସ୍ବତନ୍ତ୍ର କରିପାରିଛି। ଆପଣଙ୍କ ମାର୍ଗଦର୍ଶନ ସମସ୍ତ ପ୍ରବାସୀ ଭାରତୀୟଙ୍କ ମନରେ ନୂଆ ଆଶା, ଉତ୍ସାହ ଏବଂ ଉଦ୍ଦୀପନା ଭରିଦେବା ସହ ‘ବିକଶିତ ଭାରତ’ ନିର୍ମାଣ ପାଇଁ ଅନୁପ୍ରାଣିତ କରିଛି।ଏଥିପାଇଁ ବ୍ୟକ୍ତିଗତ ଭାବେ ଆପଣଙ୍କୁ କୃତଜ୍ଞତା ଜଣାଉଛି।’

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    50 %
    1.8kmh
    0 %
    Mon
    27 °
    Tue
    38 °
    Wed
    39 °
    Thu
    41 °
    Fri
    39 °

    ସମ୍ବନ୍ଧିତ