Friday, April 17, 2026
27.1 C
Odisha

    ସିବିଏସଇ ଟପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା, ଉଭୟ ଛାତ୍ରୀ ଭବିଷ୍ୟତରେ ଡାକ୍ତର ହେବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସିବିଏସଇ ଟପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା । ସିବିଏସଇର ଦୁଇ ଟପର୍ ଛାତ୍ରୀ ଟିନା ଓ ଆଲିଶାଙ୍କୁ ଭେଟି ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । CBSE ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ନମ୍ବର ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭୁବନେଶ୍ୱରର ଲୋକସେବା ଭବନରେ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ଉଭୟ ଟପର ଛାତ୍ରୀଙ୍କୁ ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇ ସମ୍ବର୍ଦ୍ଧିତ କରି ରୂପା ତାରକସିର ଉପହାର ଓ ଉତ୍ତରୀୟ ପ୍ରଦାନ କରିଥିଲେ । ଭବିଷ୍ୟତରେ ସେମାନେ ଦୁଇ ଜଣ ଆହୁରି ସଫଳତା ନେଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟ ଛାତ୍ରୀ ଭବିଷ୍ୟତରେ ଡାକ୍ତର ହେବାକୁ ଲକ୍ଷ୍ୟ ରଖିଥିବା ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି । ଟିନା ଭବିଷ୍ୟତରେ କାର୍ଡିଓଲୋଜିଷ୍ଟ ହେବାର ଲକ୍ଷ୍ୟ ରଖିଥିବା ବେଳେ, ଆଲିଶା ନ୍ୟୁରୋଲୋଜିଷ୍ଟ ହେବାର ଲକ୍ଷ୍ୟ ରଖିଛନ୍ତି । ଏହି ସଫଳତା ରାଜ୍ୟର ଅନ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.1 ° C
    27.1 °
    27.1 °
    63 %
    2.2kmh
    0 %
    Thu
    27 °
    Fri
    42 °
    Sat
    43 °
    Sun
    43 °
    Mon
    44 °

    ସମ୍ବନ୍ଧିତ