Monday, July 13, 2026
32.1 C
Odisha

    ସୁନା ଦର କମିଥିବାବେଳେ ସ୍ଥିର ରହିଛି ରୁପା ଦର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୯୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୧,୦୦୦ ଟଙ୍କା ଛୁଇଁଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୨,୯୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୧,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୨,୯୧୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୧,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୩,୦୬୦ ଟଙ୍କା ଓ ୨୨ କ୍ୟାରଟେ ୧,୩୧,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୪,୦୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୨,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୨,୯୧୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୩୧,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୫,୦୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    32.1 ° C
    32.1 °
    32.1 °
    55 %
    3.5kmh
    100 %
    Mon
    32 °
    Tue
    31 °
    Wed
    30 °
    Thu
    29 °
    Fri
    34 °

    ସମ୍ବନ୍ଧିତ