Monday, March 2, 2026
21.7 C
Odisha

    ସୁନା ବଢିଲାବେଳେ ସ୍ଥିର ରହିଛି ରୁପା ଦାମ୍, ଜାଣନ୍ତୁ ଆଜିର ମୂଲ୍ୟ

    ଆଗକୁ ପଢନ୍ତୁ

    ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

    ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୭୩,୦୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୫୮,୬୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୭୩,୦୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୫୮,୬୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୭୩,୦୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୫୮,୬୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୭୩,୨୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୫୮,୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୭୨,୦୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୫୭,୭୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୭୩,୦୮୦ ଓ ୧,୫୮,୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୯୫,୦୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.7 ° C
    21.7 °
    21.7 °
    43 %
    1.5kmh
    5 %
    Mon
    35 °
    Tue
    36 °
    Wed
    38 °
    Thu
    38 °
    Fri
    38 °

    ସମ୍ବନ୍ଧିତ