Thursday, April 2, 2026
25.4 C
Odisha

    ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ ଦାଖଲ କରିବା ଯାଏ ଫର୍ମ ଗ୍ରହଣ ହେବ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ତା’ ପରେ ବି ଯିଏ ଆବେଦନ କରିବେ ତାଙ୍କୁ ବି ପ୍ରଥମ କିସ୍ତି ମିଳିବ। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ କଲେ ଟଙ୍କା ମିଳିବ। ସୂଚନାଯୋଗ୍ୟ, ଗତ ରବିବାର ଠାରୁ ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ସମସ୍ତଙ୍କୁ ଫର୍ମ ଯୋଗାଇ ଦିଆଯାଇଥିଲା । ଏହା ପରେ ସୋମବାର ସୁଭଦ୍ରା ପୋର୍ଟାଲ ଲଞ୍ଚ କରିଥିଲେ ଉପମୁଖ୍ୟମନ୍ତ୍ରୀ। ରାଜ୍ୟର ଅଙ୍ଗନଓ୍ବାଡି କେନ୍ଦ୍ର, ମୋ ସେବା କେନ୍ଦ୍ର ଇତ୍ୟାଦିରେ ଫର୍ମ ଯୋଗାଇ ଦିଆଯାଉଛି। ସେପଟେ ଆଜିଠୁ ଆରମ୍ଭ ହେଉଛି ‘ସୁଭଦ୍ରା’ ଯୋଜନାରେ ଆବେଦନ । ଯେଉଁମାନେ ଫର୍ମ ନେଇଥିଲେ ସେମାନେ ପୂରଣ କରିସାରିବା ପରେ ଆଜି ଠାରୁ ଦାଖଲ କରିପାରିବେ। ମୋ’ ସେବା କିମ୍ବା ଜନସେବା କେନ୍ଦ୍ରରେ ଆବେଦନ କରାଯିବ । ୨୧ରୁ ୬୦ ବର୍ଷର ମହିଳା ଏଥିପାଇଁ ଆବେଦନ କରିପାରିବେ । ଆଉ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ଟଙ୍କା ମିଳିବ। ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରକୁ ପର୍ଯ୍ୟାପ୍ତ ସୁଭଦ୍ରା ଫର୍ମ ଦିଆଯାଇଛି। ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ‘ମୋ ସେବା କେନ୍ଦ୍ର’ କିମ୍ବା ଜନସେବା କେନ୍ଦ୍ରରେ ଦାଖଲ କରିପାରିବେ ଏବଂ ପୂରଣ କରି ଦାଖଲ କରିବା ସମ୍ପୂର୍ଣ୍ଣ ମାଗଣା ରହିଛି । ଅର୍ଥାତ କାହାରିକୁ ଟଙ୍କାଟିଏ ବି ଦେବାକୁ ପଡିବ ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    49 %
    1.5kmh
    0 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    34 °

    ସମ୍ବନ୍ଧିତ