Sunday, November 9, 2025
17 C
Odisha

    ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର: ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ଟଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର । ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା । କେନ୍ଦ୍ର ଓ ରାଜ୍ୟ ଠାରୁ ୧୮ ହଜାରରୁ ଊର୍ଦ୍ଧ୍ବ ଆର୍ଥିକ ସହାୟତା ପାଉଥିଲେ ଅଯୋଗ୍ୟ ହେବେ । ଏନେଇ ଉଚ୍ଚ ଶିକ୍ଷା ଓ SC/ST ବିଭାଗକୁ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଚିଠି ଦିଆଯାଇଛି । ଏଭଳି ସହାୟତା ପାଉଥିବା ୨୧ ବର୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ତଥ୍ୟ ଦେବାକୁ ଚିଠିରେ ନିର୍ଦ୍ଦେଶ ରହିଛି । ଏ ନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି ।ଛାତ୍ରୀ ମାନଙ୍କୁ ଯେଉଁ ଛାତ୍ର ବୃତ୍ତି ରାଶି ପ୍ରଦାନ କରାଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି । ହେଲେ ଏହାକୁ ଅତିରିକ୍ତ ଆର୍ଥିକ ସହାୟତା ଭାବେ ହିସାବକୁ ନିଆ ଯାଇପାରୁନାହିଁ । ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ର ବୃତ୍ତି ନେଇଛନ୍ତି ତା’ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଚିଠି ଲେଖିଛି ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17 ° C
    17 °
    17 °
    76 %
    1.6kmh
    0 %
    Sat
    17 °
    Sun
    25 °
    Mon
    25 °
    Tue
    25 °
    Wed
    25 °

    ସମ୍ବନ୍ଧିତ