Friday, January 9, 2026
13.3 C
Odisha

    ସୁଭଦ୍ରା ଯୋଜନା: ଆସନ୍ତାକାଲି ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

    ଆଗକୁ ପଢନ୍ତୁ

    ଆସନ୍ତାକାଲି ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ସାମିଲ ହେବେ ବାଦ୍‌ ପଡ଼ିଥିବା ଆବେଦନକାରୀ । ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ନିଷ୍ପତ୍ତି ହେବ । ସେଥିରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ‘ସୁଭଦ୍ରା’ ଟଙ୍କା । ବାକି ଯେଉଁମାନଙ୍କ ଜମି ସମସ୍ୟା ଯୋଗୁଁ ତାଲିକାରେ ନାଁ ନାହିଁ, ତାଙ୍କ ନାଁ’ରେ ଜମି ନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି। ଏହି ବିବାଦରେ ଫିଜିକାଲ ଭେରୀଫିକେସନ ହେବ। ସେମାନଙ୍କର ମଧ୍ୟ ଯାଞ୍ଚ ହୋଇ ସାମିଲ କରାଯିବ । ୨ ଲକ୍ଷ ୬୭ ହଜାର ଆବେଦନକାରୀ ବିଭିନ୍ନ କାରଣ ପାଇଁ ବାଦ୍‌ ପଡ଼ିଥିଲେ । ସେମାନଙ୍କୁ ଆଉ ଥରେ ଯାଞ୍ଚ କରି ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା । ବିଡ଼ିଓ ମାନଙ୍କୁ ନୋଡାଲ ଏଜେନସି ଦାୟିତ୍ୱ ଦିଆଯାଇଥିଲା । ରିପୋର୍ଟ ଆସିବା ପରେ ଗୁରୁବାର ବୈଠକ କରି ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    13.3 ° C
    13.3 °
    13.3 °
    31 %
    1.9kmh
    21 %
    Thu
    13 °
    Fri
    25 °
    Sat
    26 °
    Sun
    27 °
    Mon
    29 °

    ସମ୍ବନ୍ଧିତ