Wednesday, September 3, 2025
24.3 C
Odisha

    ସୁରକ୍ଷାକର୍ମୀଙ୍କୁ ବଡ ସଫଳତା : ଧରାପଡିଲେ ୧୬ ଜଣ ହାର୍ଡକୋର ମାଓବାଦୀ

    ଆଗକୁ ପଢନ୍ତୁ

    ମାଲକାନଗିରି   :  ସୁରକ୍ଷା କର୍ମୀଙ୍କ ଅପରେସନ ବେଳେ ଧରା ପଡିଲେ ୧୬ ଜଣ ହାର୍ଡକୋର ମାଓବାଦୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାର ୩ଟି ଭିନ୍ନ ଭିନ୍ନ ଜଙ୍ଗଲରୁ ଯବାନମାନେ ଏହି ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି । ଗାଙ୍ଗାଲୁର, ବାସାଗୁଡା ଏବଂ ଜାଙ୍ଗଲା ଜଙ୍ଗଲରେ ଏସ୍‌ଟିଏଫ୍, ଡିଆରଜି ଏବଂ ସିଆର୍‌ପିଏଫ୍ ଯବାନଙ୍କ କୁମ୍ବିଂ ଅପରେସନ ବେଳେ ୧୬ ଜଣ ମାଓବାଦୀ ଗିରଫ ହୋଇଥିବା ନେଇ ସୁଚନା ଦେଇଛନ୍ତି ବିଜାପୁର ଏସପି । ଏମାନେ ମାଓ ସଙ୍ଗଠନରେ ଦୀର୍ଘ ବର୍ଷ ଧରି ରହିବା ସହ ଅନେକ ହିଂସା କାଣ୍ଡରେ ସାମିଲ୍ ଅଛନ୍ତି । ଏମାନଙ୍କ ନିକଟରୁ ଅନେକ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଯାହା ମଧ୍ୟରେ ରହିଛି ଆଇଇଡି,  ଟିଫିନ ବୋମା, କୋଡେକ୍ସ ତାର ଓ ଜିଲୋଟିନ ଷ୍ଟିକ୍ । ଅଧିକ ପଚରା ଉଚୁରା କରିବା ପରେ ଏମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ବିଜାପୁର ଏସପି ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.3 ° C
    24.3 °
    24.3 °
    94 %
    0.6kmh
    100 %
    Wed
    24 °
    Thu
    28 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ