Monday, March 23, 2026
20.3 C
Odisha

    ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ: ଆଇସିୟୁରୁ କ୍ୟାବିନ୍‌କୁ ହେଲେ ସ୍ଥାନାନ୍ତର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଅସୁସ୍ଥତା କାରଣରୁ ଗତକାଲି ସନ୍ଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କ୍ରମାଗତ ଭାବେ ସୁସ୍ଥ ହେଉଛନ୍ତି। ଗତକାଲି ରାତି ଓ ଆଜି ଭିଡିଓ ବାର୍ତ୍ତା ଦେଇଥିବା ବେଳେ ତାଙ୍କୁ ଏବେ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି। ମେଡିକାଲ ବୁଲେଟିନ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କହୁଛି, ସେ ଖୁବ ଶୀଘ୍ର ସୁସ୍ଥ ହୋଇ ନବୀନ ନିବାସକୁ ଫେରିବେ।ସୂଚନା ଅନୁସାରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍ ଷ୍ଟେବୁଲ ରହିଥିବା ସମ୍‌ ଅଲ୍ଟିମେଟ୍‌ ମେଡିକେୟାର ପକ୍ଷରୁ ଏକ ମେଡିକାଲ୍ ବୁଲେଟିନ୍‌ରେ କୁହାଯାଇଛି। ଗତ ରବିବାର ଅପରାହ୍ନରେ ଡିହାଇଡ୍ରେସନ୍ ଯୋଗୁଁ ତାଙ୍କୁ ସମ୍‌ ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଥିଲା। ସେ ସତେଜ ଅନୁଭବ କରୁଛନ୍ତି ଏବଂ ତାଙ୍କ ଚିକିତ୍ସା ଜାରି ରହିଛି ବୋଲି ବୁଲେଟିନ୍‌ରେ କୁହାଯାଇଛି।
    ନବୀନ ପଟ୍ଟନାୟକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହେବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଲା ପରେ ଗତକାଲି ଠାରୁ ମନ୍ତ୍ରୀ, ବିଧାୟକ, ନେତା, ସମର୍ଥକ ଓ ପ୍ରଶଂସକମାନେ ସମ୍‌ ଅଲ୍ଟିମେଟ୍‌ ମେଡିକାୟର ଆଡ଼କୁ ଅଗ୍ରସର ହେଉଛନ୍ତି। ଗତକାଲି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ୍ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ଏକାମ୍ର ବିଧାୟକ ବାବୁ ସିଂ ମେଡିକାଲରେ ପହଞ୍ଚି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ଅବଗତ ହୋଇଛନ୍ତି। ଡାକ୍ତରଙ୍କ ସହିତ କଥାବାର୍ତ୍ତା କରିଥିଲେ।

    ହସ୍ପିଟାଲ କର୍ତ୍ତୃପକ୍ଷ ପକ୍ଷରୁ ଜାରି ମେଡିକାଲ ବୁଲେଟିନକୁ ଅପେକ୍ଷା କରାଯାଇଛି। ଏହା ଅନୁଯାୟୀ ବର୍ତ୍ତମାନ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି ବୋଲି ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା ଗଣମାଧ୍ୟମକୁ କହିଛନ୍ତି। ସେହିପରି ଜଟଣୀ ବିଧାୟକ ବିଭୂତି ବଳବନ୍ତରାୟ କହିଛନ୍ତି, ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସ୍ଥିର ଅଛି। ସେ ଆଇସିୟୁ ରେ ଅଛନ୍ତି। ସେଥିପାଇଁ ତାଙ୍କ ସହ ଦେଖା କରିପାରିଲି ନାହିଁ। ହେଲେ ତାଙ୍କ ଡାକ୍ତରଙ୍କ ସହ ଆଲୋଚନା କରିଛି। ହୁଏତ ଆଜି ତାଙ୍କୁ ଡିଶ୍ଚାର୍ଜ କରାଯାଇପାରେ। ନଚେତ୍ କାଲି ସକାଳେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ। ପ୍ରଭୁ ଜଗନ୍ନାଥ ତାଙ୍କୁ ଆରୋଗ୍ୟ ପ୍ରଦାନ କରନ୍ତୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.3 ° C
    20.3 °
    20.3 °
    41 %
    1.2kmh
    0 %
    Mon
    33 °
    Tue
    36 °
    Wed
    37 °
    Thu
    39 °
    Fri
    40 °

    ସମ୍ବନ୍ଧିତ