Friday, October 2, 2026
23.8 C
Odisha

    ସୁସ୍ଥ ହେଲେ ବରିଷ୍ଠ ବିଜେପି ନେତା-ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଦିଲ୍ଲୀ ଏମ୍ସରୁ ଡିସଚାର୍ଜ କରାଯାଇଛି। ଲାଲକୃଷ୍ଣ ଆଡଭାନୀ ଦିଲ୍ଲୀ ଏମ୍ସର ଘରୋଇ ୱାର୍ଡରୁ ତାଙ୍କ ସରକାରୀ ବାସଭବନକୁ ବାହାରିଛନ୍ତି। ଡାକ୍ତର ତାଙ୍କୁ ନୀୟମିତ ଚେକଅଫ୍ ପାଇଁ ଆସିବାକୁ ପରାମର୍ଶ ଦେଇଛନ୍ତି। ବୁଧବାର ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ୯୬ ବର୍ଷୀୟ ଆଡଭାନୀଙ୍କୁ ବୁଧବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଏମ୍ସର ଜେରିଆଟ୍ରିକ୍ ବିଭାଗର ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା। ତାଙ୍କୁ ବୁଧବାର ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ)ର ପୁରୁଣା ଘରୋଇ ୱାର୍ଡରେ ଭର୍ତ୍ତି କରାଯାଇଥିଲା।
    ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ବାର୍ଦ୍ଧକ୍ୟ ଜନିତ ସମସ୍ୟା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୨୦୧୪ ରୁ ସେ ସକ୍ରିୟ ରାଜନୀତିରୁ ଦୂରେଇ ରହିଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏନଡିଏ ସଂସଦୀୟ ଦଳର ନେତା ନିର୍ବାଚିତ ହେବା ପରେ ତାଙ୍କ ଘରକୁ ଯାଇ ଆଶୀର୍ବାଦ ନେବା ପରେ ତାଙ୍କ ଫଟୋ ସାମ୍ନାକୁ ଆସିଥିଲା । ସେ କହିଛନ୍ତି, ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ