Friday, April 3, 2026
39.1 C
Odisha

    ସେପ୍ଟେମ୍ବର ୧୮ରୁ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ୨୫ ଯାଏଁ ଚାଲିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା କରାଯାଇଛି । ଚଳିତ ବିଧାନସଭାରେ ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ଯୋଜନା କରୁଥିବା ବେଳେ ସରକାର ବି ବିରୋଧୀଙ୍କ ପ୍ରଶ୍ନ ଉତ୍ତର ଦେବାକୁ ପ୍ରସ୍ତୁତ ହୋଇପାରନ୍ତି ।

    ଚଳିତବର୍ଷ ମୌସୁମୀ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିବାର ସମ୍ଭାବନା ରହିଛି । ଯେଉଁଥିରେ ରାଜ୍ୟ ସରକାର ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଆଣିବାକୁ ଯୋଜନା କରାଇଥାଇ ପାରନ୍ତି । ହେଲେ ବିରୋଧୀ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ସରକାରଙ୍କୁ ଘେରିବାକୁ ଯୋଜନା କରୁଛନ୍ତି । ଯେପରି କି, ଏଫ୍‌ଏମ୍‌ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ବଳଙ୍ଗା ଛାତ୍ରୀ ପୋଡ଼ି ଘଟଣା, ଗୋପାଳପୁର ଗଣଦୁଷ୍କର୍ମ ମାମଲା, ମହାନଦୀ ଜଳ ବିବାଦ ପ୍ରସଙ୍ଗ, ବନ୍ୟା କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ରାଶି, ଛାତ୍ର ସଂସଦ ନିର୍ବାଚନ ପ୍ରସଙ୍ଗ, ପୋଲାଭରମ ଆଦି ଅନେକ ପ୍ରସଙ୍ଗ ରହିପାରେ । ଯାହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଗୃହରେ ମୁହାଁମୁହିଁ ହୋଇପାରନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ