Wednesday, March 18, 2026
22.7 C
Odisha

    ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍

    ଆଗକୁ ପଢନ୍ତୁ

    ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରଚାର ଶେଷ ହୋଇଥିବା ବେଳେ ୧୩ ତାରିଖରେ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ( ଦେଶର ଚତୁର୍ଥ ପର୍ଯ୍ୟାୟ)ରେ ଓଡ଼ିଶାର ୪ଟି ସଂସଦୀୟ କ୍ଷେତ୍ର – କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ମେ’ ୧୩ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ଯାହାକୁ ନେଇ ଆଜି ପ୍ରେସମିଟ କରି ସମସ୍ତ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।

    ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି ଯେ, ପ୍ରଥମ ପର୍ଯ୍ୟାୟରେ ୬୨ ଲକ୍ଷ ୮୭ ହଜାର ୨୨୨ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିପାରିବେ । ୩୦,୯୭,୫୨୭ ପୁରୁଷ ଭୋଟର ଓ ୩୧,୮୯,୦୬୦ ମହିଳା ଭୋଟର ଅଛନ୍ତି। ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ଭୋଟରଙ୍କ ମଧ୍ୟରେ ୧,୭୫,୧୩୪ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ଭୋଟର ଓ ୨୦-୨୯ ବର୍ଷ ବୟସର ୧୪,୬୮,୫୦୪ ଜଣ ଯୁବ ଭୋଟର ରହିଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୭ ହଜାର ୩୦୩ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଏଥିରୁ ୭୧୫ ବୁଥ୍ ସମ୍ପୂର୍ଣ୍ଣ ଭାବରେ ମହିଳାଙ୍କ ପାଇଁ ପରିଚାଳିତ। ୧୨ ଶହ ୭୬ ଆଦର୍ଶ ବୁଥ୍ କରାଯାଇଛି। ୬୦ ମତଦାନ କେନ୍ଦ୍ରରୁ ୱେବକାଷ୍ଟିଂ କରାଯିବ ବୋଲି ସିଇଓ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.7 ° C
    22.7 °
    22.7 °
    51 %
    0.8kmh
    100 %
    Wed
    35 °
    Thu
    32 °
    Fri
    35 °
    Sat
    35 °
    Sun
    36 °

    ସମ୍ବନ୍ଧିତ