Wednesday, October 14, 2026
26.2 C
Odisha

    ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର ଟଙ୍କା ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସୂଚନା ଦେଇଛନ୍ତି ।

    ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୩,୭୪୦ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏହାସହିତ ଏହି ବର୍ଗର ଶିକ୍ଷକମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ  ପୂର୍ବରୁ ୧୨୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭୯୫୦ ଟଙ୍କା ପ୍ରଦାନ କରିବେ। ଏଣେ  ଏଥିପାଇଁ ରାଜ୍ୟ ସରକାର ଅତିରିକ୍ତ ୮୯.୧୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ ବୋଲି ଜଣାଯାଇଛି। ଏହି ମାସିକ ପାରିଶ୍ରମିକ ବୃଦ୍ଧିକୁ ଶିକ୍ଷକ ସଂଘ ପକ୍ଷରୁ ସ୍ବାଗତ କରାଯିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି।

    ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  ୧୬ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ  ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    85 %
    1.6kmh
    37 %
    Wed
    24 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ