Sunday, October 4, 2026
28.6 C
Odisha

    ସ୍କୁଲ୍ ବସରେ ଅଗ୍ନି ନିରାପତ୍ତା ନିୟମ କଡା ଅନୁପାଳନ ପାଇଁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍‌ଭିଆର‌) ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା ଅନିବାର୍ଯ୍ୟ । ଯଦି ଏପରି ହୋଇ ନାହିଁ ତେବେ ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ନିର୍ଦ୍ଦେଶ ଦେଇଛନ୍ତି।
    ଅଗ୍ନି ନିରାପତ୍ତା ନିୟମ ଠିକ୍ ଭାବରେ ପାଳନ ହେଉଛି କି ନାହିଁ ସେ ସଂପର୍କରେ ବିଭିନ୍ନ ସମୟରେ ରାଜ୍ୟ ପରିବହନ ପ୍ରାଧୂକରଣ ପଦକ୍ଷେପ ଗ୍ରହଣ କରି ଆସିଥିବାବେଳେ ଆଗକୁ ଏହାକୁ ଅଧିକ ବ୍ୟାପକ କରିବାକୁ ନିଷ୍ପରି ହୋଇଛି । ସ୍କୁଲ ବସ୍‌ଗୁଡ଼ିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଉପରେ ତୀକ୍ଷ୍ଣ ନଜର ରଖାଯିବ । ସମସ୍ତ ଜୋନ୍ ଉପପରିବହନ ଆୟୁକ୍ତ ଏବଂ ଆଞ୍ଚଳିକ ପରିବହନ ଅଧିକାରୀମାନେ ନିୟମିତ ଭାବେ ଏହାର ଯାଞ୍ଚ କରିବେ । କୌଣସି ସ୍କୁଲ ବସ୍ ଏହାର ଉଲ୍ଲଙ୍ଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିସନର କମିସନର ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ନିଜ ନିଜ ଅଞ୍ଚଳରେ ଏହି ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ନିମନ୍ତେ ମୋଟର ଯାନ ନିରୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ