Monday, October 19, 2026
21.9 C
Odisha

    ସ୍ନାନଯାତ୍ରା: ଶ୍ରୀଜିଉଙ୍କ ଦର୍ଶନ ପାଇଁ ବାହାରିଲେ ଗଜପତି ମହାରାଜା

    ଆଗକୁ ପଢନ୍ତୁ

    ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ବୁଧବାର ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ଶ୍ରୀମନ୍ଦିର ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେବେ। ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ କରିବେ। ଏହି ଅପୂର୍ବ ବେଶକୁ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିବେ। ଏହି ସମୟ ପାଖେଇ ଆସୁଥିବାରୁ ଭକ୍ତମାନଙ୍କ ମନରେ ଉତ୍କଣ୍ଠା ଭରି ଉଠୁଛି। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ଦେଖାଯାଇଥିବା ବେଳେ ବଡ଼ଦାଣ୍ଡ ଆଧ୍ୟାତ୍ମିକ ପରିବେଶରେ ଉଛୁଳି ପଡୁଛି। ମହାପ୍ରଭୁଙ୍କ ପହଣ୍ଡି ଲାଗି ମଙ୍ଗଳବାର ପ୍ରଥମେ କୋଠ ସୁଆସିଆମାନେ ସିଂହାସନରେ ଚାର ମାଳ ବାନ୍ଧିବା ପରେ ଦଇତାପତିମାନେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସେନାପଟା ଲାଗି କରିଛନ୍ତି।  ସ୍ନାନଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ପାଇଁ ୭୦ ପ୍ଲାଟୁନ ପୁଲିସ ଓ ଗୋଟିଏ ସେକ୍ସନ ଫୋର୍ସ ମୁତୟନ ହୋଇଛନ୍ତି। ଭିଡ଼କୁ ଦୃଷ୍ଟିରେ ରଖି ଟ୍ରାଫିକ କଟକଣା ଜାରି କରାଯାଇଛି। କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସପି ଏବଂ ବରିଷ୍ଠ ପୁଲିସ ଅଧିକାରୀମାନେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି। ପୁରୀ ବଡ଼ଦାଣ୍ଡ ଓ ସମ୍ପୂର୍ଣ୍ଣ ସହର ସିସିଟିଭି ନଜରରେ ରଖାଯାଇଛି। ତାତି ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ପରିମାଣର ପାଣି ବ୍ୟବସ୍ଥା ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ