Wednesday, October 7, 2026
23.2 C
Odisha

    ସ୍ବଦେଶ ଫେରିଲେ କାଠମାଣ୍ଡୁରେ ଫସିଥିବା ୨୩ ଓଡ଼ିଆ

    ଆଗକୁ ପଢନ୍ତୁ

    ଯାଜପୁର : ସ୍ବଦେଶ ଫେରିଲେ ନେପାଳର କାଠମାଣ୍ଡୁରେ ଫସିଥିବା ୨୩ ଓଡ଼ିଆ । ହିଂସା ପରେ ଫସିଥିଲେ ଯାଜପୁର ଜିଲ୍ଲାର ତୀର୍ଥଯାତ୍ରୀ । ଘଟଣାଟି ସାମନାକୁ ଆସିବା ପରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ, ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନେପାଳ କାଠମାଣ୍ଡୁ ସ୍ଥିତ ଭାରତର ଦୂତାବାସ କାର୍ଯ୍ୟାଳୟ, ରୋମାନିଆ ପାଇଁ ରହିଥିବା ଭାରତର ରାଷ୍ଟ୍ରଦୂତ ଡ଼. ମନୋଜ କୁମାର ମହାପାତ୍ରଙ୍କୁ ଯୋଗାଯୋଗ କରିଥିଲା । ସମସ୍ତଙ୍କ ମିଳିତ ସହଯୋଗରେ ନେପାଳରେ ଫସି ରହିଥିବା ୨୩ଜଣ ଓଡ଼ିଆ ଯାତ୍ରୀମାନଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଅଛି । ସୁରକ୍ଷିତ ଭାବେ ସେମାନେ ଭାରତ ଫେରିଥିବା ଟ୍ବିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଫେରାଇ ଆଣିବାକୁ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବେ ଉଦ୍ୟମ କରିଥିଲେ । ଅପରେସନକୁ ସଫଳ କରିଥିବା ଏଜେନ୍ସୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

    ୨୩ଜଣ ଓଡ଼ିଆ ଯାତ୍ରୀ ହେଲେ- ଅଜୟ କୁମାର ପଣ୍ଡା, ମାମିନା ପଣ୍ଡା, ପଙ୍କଜ କୁମାର ଧଳ, ଭରତ କୁମାର ସ୍ୱାଇଁ, କାମିନୀ ସ୍ୱାଇଁ, ଶାରଦା ପ୍ରସନ୍ନ କର, ରିମା କର, ମନୋଜ କୁମାର ମିଶ୍ର, ସୁରେନ ଦଳାଇ, ବିରେନ ଦଳାଇ, ପର୍ଶୁରାମ ଦଳାଇ, ପୂର୍ଣ୍ଣଚନ୍ଦ୍ର ଦଳାଇ, ପ୍ରସନ୍ନଜିତ ଦଳାଇ, ବ୍ରଜକିଶୋର ମିଶ୍ର, ଲୋପାମୁଦ୍ରା ମିଶ୍ର, ଶ୍ରେୟାନ ସୌରଭ ମିଶ୍ର, ସନ୍ତୋଷ କୁମାର ପାଣି, ସସ୍ମିତା ପାଣି, ବାଗ୍ମୀପ୍ରିୟା ପାଣି, ପ୍ରମୋଦ କୁମାର ମିଶ୍ର, ରାଜଶ୍ରୀ ମିଶ୍ର, ବୈଷ୍ଣବ ସାହୁ ଓ ସୁରେଶ ଚନ୍ଦ୍ର ସାହୁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    89 %
    1.8kmh
    0 %
    Wed
    23 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ