Wednesday, April 8, 2026
24.2 C
Odisha

    ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ୧୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ସ୍ୱାଧୀନତା ସଂଗ୍ରାମୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀମାନଙ୍କର ପେନ୍‌ସନ୍‌କୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀମାନଙ୍କ ପେନ୍‌ସନ୍‌କୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। ସେହିପରି ଜାତୀୟ ପେନ୍‌ସନ୍‌ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହଜାର ପରିବର୍ତ୍ତେ ୧୦ ହାଜର ଟଙ୍କା କରିଛନ୍ତି ସରକାର। ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନ୍‌ସନ୍‌ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    77 %
    1.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ