Friday, April 3, 2026
39 C
Odisha

    ହଇଜାର ବ୍ୟାପକତାକୁ ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ନିଅନ୍ତୁ ସରକାର’

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ରାଜ୍ୟରେ ପରିଚାଳିତ ବିଜେପି ସରକାର ବର୍ଷ ପୂର୍ତ୍ତି ପାଳନ କରୁଥିବା ବେଳେ କେନ୍ଦୁଝର, ଯାଜପୁର, ଭଦ୍ରକ, ପୁରୀ ଓ କଟକରେ ଡାଇରିଆ ଓ ହଇଜା ସଂକ୍ରମଣ ବ୍ୟାପିଚାଲିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ବିରୋଧୀ ଦଳର ନେତା ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ମାଧ୍ୟମରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି।

    ବର୍ତ୍ତମାନ ସୁଦ୍ଧା ହଇଜାରେ ୧୪ ଜଣ ପ୍ରାଣ ହରାଇବା ମୋତେ ବ୍ୟଥିତ କରିଛି। ସେମାନଙ୍କ ପରିବାରବର୍ଗ ଓ ଆତ୍ମୀୟସ୍ଵଜନଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଓଡ଼ିଶାରେ ହଇଜା ବ୍ୟାପୁଥିବା ବେଳେ ରାଜ୍ୟ ସରକାର ଏହାକୁ ହାଲକା ଭାବେ ନେବା ସମସ୍ତଙ୍କୁ ବେଶ୍ ଚକିତ ଓ ବିଚଳିତ କରୁଛି। ଲୋକଙ୍କ ଜୀବନକୁ ଆଉ ବିପଦକୁ ନ ଠେଲି ସରକାର ସଜାଗ ହୁଅନ୍ତୁ, ହଇଜାର ବ୍ୟାପକତାକୁ ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ଗ୍ରହଣ କରନ୍ତୁ।

    ସୂଚନାଯୋଗ୍ୟ, ଯାଜପୁର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଡାଇରିଆ ସ୍ଥିତି ଉଦ୍‌ବେଗଜନକ ହେଲାଣି। ବିଶେଷ କରି ଯାଜପୁର ଜିଲ୍ଲାରେ ୧୧ ହଇଜା ରୋଗୀ ଚିହ୍ନଟ ପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ନିଦ ହଜିଯାଇଛି। ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୧୫୧୬ ଜଣ ଡାଇରିଆରେ ଆକ୍ରାନ୍ତ ହୋଇଛନ୍ତି। କେଉଁ ପରିସ୍ଥିତିରେ ଏତେ ସଂଖ୍ୟାରେ ଲୋକ ଡାଇରିଆରେ ଆକ୍ରାନ୍ତ ହେଲେ ତା’ର କାରଣ ଖୋଜା ଆରମ୍ଭ ହୋଇଛି। ସେପଟେ ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଆଜି ଜାତୀୟ ସ୍ୱାସ୍ଥ୍ୟ ମିସନ୍‌ (ଏନ୍‌ଏଚ୍‌ଏମ୍‌)ର ନିର୍ଦ୍ଦେଶକ ଡ. ବୃନ୍ଦା ଡି ଯାଜପୁର ଆସି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ