Saturday, April 11, 2026
30.4 C
Odisha

    ହାଇୱା ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୩ ଆହତ

    ଆଗକୁ ପଢନ୍ତୁ

    ଭଦ୍ରକ : ଛିଡା ହୋଇଥିବା ହାଇୱା ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ୩ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ୧୬ ନମ୍ବର ଜାତୀୟ ରାଜପଥର ନେହେରୁ ଷ୍ଟାଡିଅମ ସମୁଖ ରାସ୍ତାରେ ଘଟିଛି ଏହି ଦୁର୍ଘଟଣା । ଗତକାଲି ବିଳମ୍ବିତ ରାତ୍ରିରେ ନୀଳମାଧଵ ନାମକ ଯାତ୍ରୀ ବାହି ବସ ଭୁବନେଶ୍ୱରରୁ କଲିକତା ଅଭିମୁଖେ ଯାଉଥିଲା ବେଳେ ନେହେରୁ ଷ୍ଟାଡିଅମଠାରେ ରାସ୍ତା ପାର୍ଶ୍ଵରେ ଛିଡା ହୋଇଥିବା ଏକ ହାଇୱାକୁ ପଛ ପଟୁ ଧକ୍କା ଦେଇଥିଲା । ଫଳରେ ୩ ଜଣ ଯାତ୍ରୀ ଆହତ ହୋଇଥିଲେ । ଖବର ପାଇ ଭଦ୍ରକ ଟାଉନ ପୋଲିସ ପହଞ୍ଚି ଆହତ ଯାତ୍ରୀଙ୍କୁ ଭଦ୍ରକ ଜିଲ୍ଲା ହସ୍ପିଟାଲକୁ ପଠାଇବା ସହିତ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି । ଏହି ଧକ୍କାରେ ବସର ଆଗପଟ ସମ୍ପୃନ୍ନ ନଷ୍ଟ ହୋଇ ଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    14 %
    2kmh
    0 %
    Sat
    32 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ