Saturday, October 10, 2026
24.4 C
Odisha

    ହାଇୱା ପଛରେ ପିଟି ହୋଇ ବାଇକ ଆରୋହୀଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ଲାଞ୍ଜିଗଡ : ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱାର ପଛ ପଟେ ପିଟି ହୋଇ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀ ଜଣକ ବେଦାନ୍ତ ଲିମିଟେଡ କର୍ମଚାରୀ ଓ ସ୍ଥାନୀୟ ଆରବିକେ କଲୋନୀର ପବିତ୍ର ମାଝୀ ବୋଲି ଜଣାପଡିଛି। ଏ ସମ୍ପର୍କରେ ଖବର ପାଇ ଲାଞ୍ଜିଗଡ ଥାନାଧିକାରୀ ଜିତେନ୍ଦ୍ର କୁମାର ବିଶ୍ୱାଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।ସୂଚନା ଅନୁସାରେ ସୋମବାର ବେଦାନ୍ତ ମୁଖ୍ୟ ଫାଟକ ଓ ମେଟେରିଆଲ ଗେଟ ନିକଟରେ ଠିଆ ହୋଇଥିବା ଏକ ହାଇୱାକୁ ପଛପଟୁ ମୃତକ ବାଇକ ଆରୋହୀଙ୍କ ବାଇକ ପିଟି ହୋଇଯାଇଥିଲା। ଫଳରେ ସେ ଘଟଣାସ୍ଥଳରେ ଛିଟିକି ପଡ଼ିଥିଲେ ଏବଂ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ୟକ୍ତ ପରିବାର ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଥିବାବେଳେ ଲାଞ୍ଜିଗଡ- ଦହିଖାଲ ରାସ୍ତାରେ ଯାତାୟତ ବନ୍ଦ ହୋଇଯାଇଥିଲା। ପୁଲିସ ବୁଝାସୁଝା ପରେ ପରିବାର ଲୋକେ ଆନ୍ଦୋଳନରୁ ଓହରି ଯାଇଥିଲେ।
    ଏନେଇ ଲାଞ୍ଜିଗଡ ଥାନାରେ କେସ ନଂ ୩୫/୨୦୨୫ରେ ଏକ ମାମଲା ରୁଜୁ ସହ ତଦନ୍ତ ଜାରି ରହିଛି ବୋଲି ଲାଞ୍ଜିଗଡ ଥାନାଧିକାରୀ ଜିତେନ୍ଦ୍ର କୁମାର ବିଶ୍ୱାଳ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ