Sunday, April 5, 2026
25.5 C
Odisha

    ହିଞ୍ଜିଳି-ଶେରଗଡ଼ ଓ ଖଲ୍ଲିକୋଟରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

    ଆଗକୁ ପଢନ୍ତୁ

    ବିଜୁଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଗଞ୍ଜାମର ହିଞ୍ଜିଳି-ଶେରଗଡ଼ ଓ ଖଲ୍ଲିକୋଟରେ ମାରାଥନ ପ୍ରଚାର ଓ ରୋଡ ସୋ ଆରମ୍ଭ କରିଛନ୍ତି । ଉଭୟ ସ୍ଥାନରେ ରାସ୍ତାର ଦୁଇପାର୍ଶ୍ୱରେ ଉପସ୍ଥିତ ଜନସାଧାରଣ ଶ୍ରୀ ପାଣ୍ଡିଆନଙ୍କୁ ଭବ୍ୟ ସମ୍ୱର୍ଦ୍ଧନା ଦେଇଥିଲେ । ଆରମ୍ଭରେ ଗୋପାଳପୁରର ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ମନ୍ଦିରକୁ ଯାଇ ଶ୍ରୀ ପାଣ୍ଡିଆନ ବାବାଙ୍କ ଦର୍ଶନ କରି ଆଶୀର୍ବାଦ ନେଇ ପ୍ରଚାର ଆରମ୍ଭ କରିଥିଲେ। ଖଲ୍ଲିକୋଟରେ ଆୟୋଜିତ ନିର୍ବାଚନ ସଭାରେ ପ୍ରଥମେ ଖଲ୍ଲିକୋଟର ଦିବଙ୍ଗତ ରାଣୀମା’ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି କହିଥିଲେ ଯେ, ରାଣୀମା ଆମ ସମସ୍ତଙ୍କ ହୃଦୟରେ ଅଛନ୍ତି, ମୁଖ୍ୟମନ୍ତ୍ରୀ ମଧ୍ୟ ରାଣୀମା’ଙ୍କୁ ବହୁତ ସମ୍ମାନ କରନ୍ତି, ରାଣୀମା ମୋ ପାଇଁ ଓ ଆମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲେ, ଖଲ୍ଲିକୋଟର ବିକାଶ ପାଇଁ ରାଣୀମା’ଙ୍କ ଅବଦାନ ଅତୁଳନୀୟ ଥିଲା। ପରେ ସଭାରେ ବିରୋଧୀଦଳ ବିଜେପି ଉପରେ ପ୍ରଚଣ୍ଡ ଆକ୍ରମଣ କରି କହିଥିଲେ ଯେ କିଛିଲୋକ ଦିନରେ ସ୍ୱପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ବିଜେପିକୁ ଯଦି ପଚାରିବେ ତୁମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ? ଉତ୍ତର ଦେଇପାରିବେ ନାହିଁ, ଦମ୍‍ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରନ୍ତୁ, ଦେଖିବେ ୧୦ ପ୍ରତିଶତ ଭୋଟ ବି ପାଇବେ ନାହିଁ । ସେ ଆହୁରି ମଧ୍ୟ କହିଥିଲେ ଦଶବର୍ଷ ହେଲା ଜଣେ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀ ହେବାପାଇଁ ଚେଷ୍ଟା କରୁଛନ୍ତି, କିନ୍ତୁ ତାଙ୍କ ଦଳର ମଧ୍ୟ ତାଙ୍କ ଉପରେ ଆସ୍ଥା ନାହିଁ, ତା’ହେଲେ ଲୋକ କେମିତି ଆସ୍ଥା ରଖିବେ ? ବିଜେପିର କେନ୍ଦ୍ରୀୟ ନେତୃବୃନ୍ଦ କହୁଛନ୍ତି ଯେ ଜୁନ ୪ରେ ଗଣତି ସରିବା ପରେ ୬ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଓଡ଼ିଶାବାସୀ ନିର୍ଣ୍ଣୟ କରିବେ ନା ବିଜେପିର ହାଇକମାଣ୍ଡ ? ବିଜେପି ଯଦି ଶାସନକୁ ଆସେ, ତାହେଲେ ଓଡ଼ିଶା ୨୪ବର୍ଷ ପଛକୁ ପଳେଇବ । ଆଗରୁ କଂଗ୍ରେସ ଦଳ ବି ଥିଲା, ବନ୍ୟା, ବାତ୍ୟା ସବୁଥିରେ କେନ୍ଦ୍ରକୁ ପଚାରିବେ, ତେଣୁ ସେତେବେଳେ କିଛି କାମ ହୋଇପାରେନି । ମହାବାତ୍ୟା ସମୟରେ କଂଗ୍ରେସ ହାଇକମାଣ୍ଡଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରି ବିପୁଳ ଧନ ଜୀବନ କ୍ଷୟ କ୍ଷତି ଘଟିଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.5 ° C
    25.5 °
    25.5 °
    65 %
    3.2kmh
    72 %
    Sun
    25 °
    Mon
    38 °
    Tue
    37 °
    Wed
    38 °
    Thu
    36 °

    ସମ୍ବନ୍ଧିତ