Wednesday, April 1, 2026
38.4 C
Odisha

    ୧୦ରୁ ଅଧିକ ବାଇକ ଉପରେ ଚଢିଗଲା କାର, ଅଳ୍ପକେ ବର୍ତ୍ତିଲେ ଚାଳକ

    ଆଗକୁ ପଢନ୍ତୁ

    ସମ୍ବଲପୁର : ୧୦ରୁ ଅଧିକ ବାଇକ ଉପରେ ଚଢିଗଲା କାର । ଅଳ୍ପକେ ବର୍ତ୍ତିଲେ ଚାଳକ । ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଛକ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । କାରଟି ଭାରସାମ୍ୟ ହରାଇ ରାସ୍ତାରେ ଛିଡା ହୋଇଥିବା ୧୦ରୁ ଅଧିକ ବାଇକ ଓ ସ୍କୁଟି ଉପରେ ଚଢି ଯାଇଥିଲା । ଦୁର୍ଘଟଣାଟି ଏତେ ଜୋରରେ ହୋଇଥିଲା ଯେ କାରର ଇଞ୍ଜିନ ବାହାରି ପଡି ଗାଡ଼ିରୁ ଅଲଗା ହୋଇଯାଇଥିଲା । ଚାଳକ ଜଣଙ୍କ ମଦ୍ୟପାନ କରି ଗାଡି ଚଲାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ଗାଡ଼ିକୁ ଜବତ କରି ଅଧିକ ତଦନ୍ତ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.4 ° C
    38.4 °
    38.4 °
    14 %
    3.9kmh
    4 %
    Wed
    38 °
    Thu
    41 °
    Fri
    41 °
    Sat
    39 °
    Sun
    39 °

    ସମ୍ବନ୍ଧିତ