Saturday, June 7, 2025
27.4 C
Odisha

    ୧୦୦ କି ୨୦୦ ନୁହେଁ, ଏକାଥରେ ଏତେ କମିଲା ସୁନା ଦର

    ଆଗକୁ ପଢନ୍ତୁ

    ଆନ୍ତର୍ଜାତୀୟ ସ୍ତରରେ ସୁନାର ଦର ବୃଦ୍ଧି ପାଉଥିବାରୁ ଏହାର ପ୍ରଭାବ ଭାରତୀୟ ବଜାରରେ ଅନୁଭୂତ ହେଉଛି । ଆଗକୁ ମଧ୍ୟ ଏହି ଦର ଚଢା ରହିବ ବୋଲି ସ୍ପଷ୍ଟ କରିଛନ୍ତି ଏକ୍ସପର୍ଟ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୯୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୮୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୯୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୮୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯, ୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୧୨୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୯୫୦ ଟଙ୍କା ରହିଛି ।

    ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୯୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯, ୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୯୭୦ ଓ ୮୯, ୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୭ , ୦୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

    ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

    ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

    ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

    ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    53 %
    2.4kmh
    61 %
    Sat
    27 °
    Sun
    39 °
    Mon
    42 °
    Tue
    42 °
    Wed
    37 °

    ସମ୍ବନ୍ଧିତ