Saturday, March 14, 2026
23.2 C
Odisha

    ୧୧ ଟି ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ବିଜ୍ଞପ୍ତି ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ନିମନ୍ତେ ୧୧ଗୋଟି ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି I ଏହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ, ନୟାଗଡ଼ ଓ କେନ୍ଦ୍ରାପଡା ଜିଲ୍ଲାରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଜଜ ( ଭିଜିଲାନ୍ସ ) କୋର୍ଟ ପ୍ରତିଷ୍ଠା ପାଇଁ ଆଜି ( ୦୪. ୦୮. ୨୦୨୫ ତାରିଖରେ) ବିଜ୍ଞପ୍ତି ପ୍ରକାଶ ପାଇଛି ।

    ଏତଦବ୍ୟତୀତ ପୁରୀ ଜିଲ୍ଲାର ପିପିଲି, ନୟାଗଡ଼ ଜିଲ୍ଲାର ରଣପୁର, ଖୋର୍ଦ୍ଧା ଜିଲ୍ଲାର ବାଣପୁର, ଭଦ୍ରକ ଜିଲ୍ଲାର ବାସୁଦେବପୁର, ଅନୁଗୁଳ ଜିଲ୍ଲାର ତାଳଚେର, ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର, କଟକ ଜିଲ୍ଲାର ବାଙ୍କି ଓ କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁ ମଧ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ