Sunday, April 12, 2026
39.2 C
Odisha

    ୧୩ରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ୍‌

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଜାନୁଆରୀ ୧୩ରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟି କୋଟି ଶ୍ରଦ୍ଧାଳୁ ଯୋଗଦେଇ ଗଙ୍ଗାରେ ବୁଡ଼ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବାବେଳେ ଏଥିରେ ସାମିଲ୍‌ ହେବା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ୍‌। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍‌ ବସ୍‌ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍‌ଗୁଡ଼ିକ ଯିବ। ସ୍ୱତନ୍ତ୍ର ବସ୍ ସେବା ଆସନ୍ତା ୧୩ରୁ ଫେବୃଆରୀ ୨୬ ପର୍ଯ୍ୟନ୍ତ ଚାଲିବ। ଓଏସ୍‌ଆରଟିସି ୱେବ୍‌ସାଇଟ୍‌, ମୋବାଇଲ୍‌ ଆପ୍‌ରେ ଟିକଟ ବୁକିଂ କରିହେବ ବୋଲି ଓଏସ୍‌ଆରଟିସି ପକ୍ଷରୁ କୁହାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.2 ° C
    39.2 °
    39.2 °
    8 %
    4kmh
    0 %
    Sun
    38 °
    Mon
    42 °
    Tue
    42 °
    Wed
    43 °
    Thu
    44 °

    ସମ୍ବନ୍ଧିତ