Sunday, February 1, 2026
30 C
Odisha

    ୧୩ରେ ବଙ୍ଗୋପସାଗରରେ ଲଘୁଚାପ !

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୧୩ରେ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି । ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଭଲ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

    ଆଜି ସକାଳୁ ରାଜଧାନୀ ଭୁବେନେଶ୍ବରରେ ମେଘୁଆ ପାଗ ରହିଛି । ସ୍ଥାନେ ସ୍ଥାନେ ଝିପିଝିପି ବର୍ଷା ଲାଗି ରହିଛି । ଆଜି ଜଗତସିଂହପୁର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସତର୍କ ରହିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30 ° C
    30 °
    30 °
    26 %
    3.2kmh
    87 %
    Sun
    28 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ