Monday, October 19, 2026
23.2 C
Odisha

    ୧୪ ରୁ ୧୬ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି ସମୟରେ ସମସ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱର ଆସି ରାଜ୍ୟ ସରକାରଙ୍କର ଜନକଲ୍ୟାଣକାରୀ “ସୁଭଦ୍ରା”ଯୋଜନାର ଶୁଭାରମ୍ଭ ସହ ଅନ୍ୟ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ଶୁକ୍ରବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୧.୩୫ମିନିଟ୍ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ପୂର୍ବାହ୍ନ ୧୧ଟା ୫୫ମିନଟ୍ ରେ ଜନତା ମଇଦାନଠାରେ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ଅପରାହ୍ନ ୩ଟାସମୟରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଏହି ଦିନ ଜନତା ମଇଦାନରେ “ସୁଭଦ୍ରା”ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ଅତିଥିମାନେ ଯୋଗ ଦେଉଥିବାରୁ ହିତାଧିକାରୀଙ୍କ ସମେତ ବହୁ ଜନସମାଗମକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ତରଫରୁ ବ୍ୟାପକପ୍ରସ୍ତୁତି ଜାରି ରହିଛି । ଏସଂପର୍କରେ ମୁଖ୍ୟଶାସନ ସଚିବ ପ୍ରସ୍ତୁତି ସମୀକ୍ଷା କରି ବିଭିନ୍ନ ବିଭାଗର ଯେଉଁ ଯେଉଁ କାମ ରହିଛି, ଆନ୍ତଃ ବିଭାଗୀୟ ସମନ୍ୱୟରେ ସେସବୁକୁ ସଠିକ ଭାବେ ନିର୍ବାହ କରିବା କୁଗୁରୁତ୍ୱ ଦେଇଛନ୍ତି । ଡିଜିପି ଏବଂ ଆଇଜିପିଙ୍କୁ ଆଇନ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଥିବା ବେଳେ ଜିଲ୍ଲାପାଳ,ଖୋର୍ଦ୍ଧାଙ୍କୁ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସେମାନଙ୍କର ରହିଥିବା ଦାୟିତ୍ୱ ଶତପ୍ରତିଶତ ଭଲ ଭାବରେ ତୁଲାଇବାକୁ ମୁଖ୍ୟଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ