Friday, July 10, 2026
27.6 C
Odisha

    ୧୫ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀ, ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି ।  ଆଜି ମଧ୍ୟ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  ।

    ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।  ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ କାଳବୈଶାଖୀ ବର୍ଷା ହେବ ।  ଏହି ସବୁ ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ସହ ୩୦ ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ଅଛି ।

    ସେହିପରି ଆସନ୍ତାକାଲି କାଳବୈଶାଖୀ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ଅନ୍ୟପଟେ ଆଗାମୀ୨-୩ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ  ।   ଏହା ପରେ ୨ ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ ତାପମାତ୍ରା ।   ଆଜି ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୩୯.୩° ସେଲସିଅସ୍ ରେକର୍ଡ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.6 ° C
    27.6 °
    27.6 °
    83 %
    2kmh
    100 %
    Fri
    27 °
    Sat
    26 °
    Sun
    28 °
    Mon
    28 °
    Tue
    25 °

    ସମ୍ବନ୍ଧିତ