ସୂଚନା ଅନୁଯାୟୀ, ମକା ବୋଝେଇ ପିକଅପ୍ ଭ୍ୟାନ୍‌ଟି ବ୍ରହ୍ମପୁର ଦିଗରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଏହି ସମୟରେ ତୋଟାପଡ଼ା କେତକୀଝର ଗେଟ୍ ନିକଟରେ  ଜାତୀୟ ରାଜପଥ କଡ଼ରେ ଠିଆ ହୋଇଥିବା ଏକ ଆନ୍ଧ୍ରା ଟ୍ରକ୍‌କୁ ପିକଅପ୍‌ଟି ଭାରସାମ୍ୟ ହରାଇ ପଛପଟୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ପିକଅପ୍ ଗାଡ଼ିର ଚାଳକ ଭିତରେ ଚାପି ହୋଇ ରହିଯାଇଥିଲେ। ଫଳରେ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ସମ୍ପର୍କରେ ଖବର ପାଇ ସଦର ଥାନା ପୁଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ପିକଅପ୍ ଗାଡ଼ି ମଧ୍ୟରୁ ଚାଳକଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଅନ୍ୟପକ୍ଷରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର କାରଣ ଓ ମୃତକଙ୍କ ପରିଚୟ ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି।