Wednesday, October 7, 2026
27.2 C
Odisha

    ୧୮ପର୍ଯ୍ୟନ୍ତ କାଳବୈଶାଖୀ ସତର୍କତା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡିକରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଥିବାବେଳେ ଆସନ୍ତା ୨୪ ଘଣ୍ଟା ପରେ କିଛି ଅଞ୍ଚଳରେ ଦିନ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ କମିପାରେ। କାରଣ ଉତ୍ତର-ପୂର୍ବ ଉତ୍ତର ପ୍ରଦେଶ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସହିତ ଛତିଶଗଡ ଉପରେ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହା ପ୍ରଭାବରେ ୧୮ ପର୍ଯ୍ୟନ୍ତ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ତୋଫାନ ହୋଇପାରେ। ଝାରସୁଗୁଡାରେ ଆଜି ତାପମାତ୍ରା ୪୦.୨ ଡିଗ୍ରୀ ଥିବାବେଳେ ସମ୍ବଲପୁର ଏବଂ ଟିଟିଲାଗଡ଼ରେ ପାରଦ ୪୦ ଡିଗ୍ରୀ ଛୁଇଁଛି।

    ରାଉରକେଲାରେ ୩୯.୧, ସୁବର୍ଣ୍ଣପୁର, ସୁନ୍ଦରଗଡ଼ରେ ୩୯,ହୀରାକୁଦରେ ୩୯.୨, ଭୁବନେଶ୍ବରରେ ୩୩.୨ ଏବଂ କଟକରେ ୩୨.୮ଡିଗ୍ରୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.2 ° C
    27.2 °
    27.2 °
    82 %
    0.6kmh
    37 %
    Wed
    25 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ