Friday, October 18, 2024
30.6 C
Odisha

    ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମିଳିବ ମାଗଣା ଚାଉଳ

    ଆଗକୁ ପଢନ୍ତୁ

    ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମିଳିବ ମାଗଣା ଚାଉଳ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ୨୦୨୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟର ମଂଜୁରୀ । ସେପଟେ ପୁଣି ରାଜ୍ୟରେ ଥରେ ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ । ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଗତ ଅଗଷ୍ଟ ୧୭ ତାରିଖରେ ମନ୍ତ୍ରୀ କହିଛନ୍ତି ଓଡ଼ିଶା ଲୋକଙ୍କ ଗହମ ପାଇଁ ଚାହିଦାକୁ ଦୃଷ୍ଟିରେ ରଖି ଦାବି ରଖିଛି । ତେବେ ପୂର୍ବରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଗହମ କୁ ବନ୍ଦ କରି ଅଧିକ ଚାଉଳ ଦେବାକୁ କେନ୍ଦ୍ରକୁ ଦାବି କରି ଗହମ ଯୋଗାଣକୁ ବନ୍ଦ କରିଦିଆ ଯାଇଥିଲା । ସେବେକାର ବିଜେଡି ସରକାର ଗହମକୁ ବନ୍ଦ କରି ରାସନ କାର୍ଡ ହିତାଧିକାରୀଙ୍କୁ କେବଳ ଚାଉଳ ଯୋଗାଇ ଦେଉଥିଲେ । ବର୍ତ୍ତମାନ ଖାଦ୍ୟ ଯୋଗାଣ ମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ରାସନ କାର୍ଡ ହିତାଧିକାରୀଙ୍କୁ ପୁଣି ଥରେ ପୂର୍ବ ଭଳି ଚାଉଳ ସହ ଗହମ ମିଳିବାକୁ ଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.6 ° C
    30.6 °
    30.6 °
    64 %
    1.3kmh
    27 %
    Fri
    31 °
    Sat
    30 °
    Sun
    30 °
    Mon
    30 °
    Tue
    29 °

    ସମ୍ବନ୍ଧିତ