Monday, November 2, 2026
22.7 C
Odisha

    ୨୦୬୭ ଜଣ ସେବକ ସେବିକା ଓ ଜନଜାତି ଭାଷା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୬୭ ଜଣ ସେବକ ସେବିକା ଓ ଜନଜାତି ଭାଷା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟର ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନ ବିଦ୍ୟାଳୟ ଗୁଡ଼ିକରେ ୨୦୬୭ ଜଣ ସେବକ-ସେବିକା ଓ ଜନଜାତି ଭାଷା ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଏହି ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି।

    ଏହା ମାଧ୍ୟମରେ ରାଜ୍ୟରେ ଶିକ୍ଷା ଓ ପ୍ରଗତିର ନୂତନ ଅଧ୍ୟାୟ ଆରମ୍ଭ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ପିଲାମାନଙ୍କ ମନରେ ସୁରକ୍ଷା, ଆତ୍ମବିଶ୍ୱାସର ଭାବ ଜାଗ୍ରତ କରନ୍ତୁ, ଆଦର୍ଶ ବନ୍ଧୁ ଭାବରେ ମାର୍ଗଦର୍ଶନ କରନ୍ତୁ ବୋଲି ନବନିଯୁକ୍ତ ଶିକ୍ଷକମାନଙ୍କୁ ସେ ପରାମର୍ଶ ଦେଇଛନ୍ତି । ଦକ୍ଷତାବିକାଶ ଏବଂ ନିଯୁକ୍ତି ମାଧ୍ୟମରେ ଯୁବପିଢ଼ିଙ୍କୁ ସଶକ୍ତ କରିବା ହେଉଛି ସରକାରଙ୍କ ପ୍ରାଥମିକତା । ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଅଡିଟୋରିୟମ ଠାରେ ଅନୁଷ୍ଠିତ ୧୮ତମ ନିଯୁକ୍ତି ମେଳା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ଏହା କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.7 ° C
    22.7 °
    22.7 °
    93 %
    1.5kmh
    100 %
    Mon
    22 °
    Tue
    28 °
    Wed
    26 °
    Thu
    27 °
    Fri
    28 °

    ସମ୍ବନ୍ଧିତ