Tuesday, August 4, 2026
31.6 C
Odisha

    ୨୧ ରେ ପୁଣି ଏକ ଲଘୁଚାପ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୨୧ରେ ଲଘୁଚାପ  ।  ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।  ଏହ ସମୁଦ୍ର ପତ୍ତନ ଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ଆଡ଼କୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

    ଏନେଇ ସୂଚନା ଦେଲା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗ ଏବଂ ସନ୍ନିହିତ ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଉପରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।  ସେପଟେ ଆଜି ଆରବ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

    ଦକ୍ଷିଣ-ପୂର୍ବ ଆରବ ସାଗର ଏବଂ କେରଳ କର୍ଣ୍ଣାଟକ ଉପକୂଳ ନିକଟବର୍ତ୍ତୀ ଲାକ୍ଷାଦ୍ବୀପ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଜି ଏକ ଲୋ-ପ୍ରେସର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବ ବୋଲି IMD ପକ୍ଷରୁ ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    31.6 ° C
    31.6 °
    31.6 °
    69 %
    0.7kmh
    78 %
    Tue
    31 °
    Wed
    31 °
    Thu
    27 °
    Fri
    28 °
    Sat
    29 °

    ସମ୍ବନ୍ଧିତ