Friday, April 3, 2026
33.6 C
Odisha

    ୨୨ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା : ଆଜିଠାରୁ ଆସନ୍ତା ୨୨ ତାରିଖ ଯାଏଁ ବଉଳା କୁମ୍ଭୀର ଗଣନା ହେବ। ସେଥିପାଇଁ ପର୍ଯ୍ୟଟକଙ୍କୁ ଭିତରକନିକା ଆସିବାକୁ ବାରଣ କରାଯାଇଛି। ରାଜନଗର ବନଖଣ୍ଡର ୫ଟି ରେଞ୍ଜର ନଦୀନାଳରେ ହେବ ଗଣନା। କୁମ୍ଭୀର ଗଣନାରେ ବନ ବିଭାଗର ୨୨ଟିମ୍ ସାମିଲ ଅଛନ୍ତି। ପ୍ରତି ଟିମରେ ୭ ରୁ ୮ ଜଣ ଲେଖାଏଁ ବନ କର୍ମଚାରୀ ସାମିଲ ଅଛନ୍ତି।କୁମ୍ଭୀର ଗଣନା ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ପର୍ଯ୍ୟଟକ ଆସିବା ଉପରେ କଟକଣା ଲଗାଯାଇଛି। ଭିତରକନିକାରେ ଥିବା ନଦୀ ଓ ନାଳଗୁଡ଼ିକରେ କୁମ୍ଭୀର ଗଣନା କରାଯିବ। ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯିବ।ଗତବର୍ଷ ଭିତରକନିକାରେ ୧୮୧୧ଟି କୁମ୍ଭୀର ଗଣନା କରାଯାଇଥିବା ବେଳେ ଚଳିତ ବର୍ଷ ମଧ୍ୟ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା କରିଛନ୍ତି ଅଧିକାରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ