Sunday, October 4, 2026
24.3 C
Odisha

    ୨୩ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ୨୩ ତାରିଖ ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୨ ପରଠୁ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ମନା କରାଯାଇଛି। ସମୁଦ୍ର ମଧ୍ୟରେ ଥିବା ମତ୍ସଜୀବୀଙ୍କୁ ୨୧ ସୁଦ୍ଧା ଫେରିଆସିବାକୁ ଅନୁରୋଧ କରାଯାଇଛି। ଏ ନେଇ ଆଇଏମଡି ଡିଜି ସୂଚନା ଦେଇଛନ୍ତି।
    ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ବି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଏଯାଏଁ ବାତ୍ୟା ଉପରେ କୌଣସି ଆକଳନ କରାଯାଇନଥିବାବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ସୂଚନା ଦିଆଯାଇଛି। ଉତ୍ତର ଆନ୍ଧ୍ର, ଓଡ଼ିଶା, ପଶ୍ଚିମବଙ୍ଗ, ବାଂଲାଦେଶ ଉପରେ ପ୍ରଭାବ ରହିବ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ