Tuesday, November 25, 2025
16.2 C
Odisha

    ୨୪ରୁ ବଢ଼ିବ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ ବର୍ଷା । ୨୪ରୁ ବଢ଼ିବ। ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ଜନିତ ବର୍ଷା ଆଶଙ୍କା ରହିଛି। ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୨୪ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରର ଗୋଟିଏ ବା ଦୁଇଟି ସ୍ଥାନରେ ଭାରୀ ବର୍ଷା ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୫ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    16.2 ° C
    16.2 °
    16.2 °
    73 %
    1.2kmh
    0 %
    Mon
    16 °
    Tue
    26 °
    Wed
    26 °
    Thu
    25 °
    Fri
    26 °

    ସମ୍ବନ୍ଧିତ