ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ଉପକୂଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।
ଏହାର ପ୍ରଭାବରେ ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲୋ ପ୍ରେସର ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୧୫ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲି ବିଜୁଳିଘଡ଼ିଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।