Friday, October 2, 2026
22.2 C
Odisha

    ୨୪ରେ ଶଙ୍ଖ ଭବନରେ ଛାତ୍ର ବିଜେଡିର ପ୍ରସ୍ତୁତି ବୈଠକ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂସଦୀୟ କ୍ଷେତ୍ରର ସମୀକ୍ଷା କରୁଥିବା ବେଳେ ଅନ୍ୟ ସଂଗଠନଗୁଡିକରେ ବି ନିର୍ବାଚନ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏହି କ୍ରମରେ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ଶଙ୍ଖ ଭବନରେ ଛାତ୍ର ବିଜେଡିର ପ୍ରସ୍ତୁତି ବୈଠକ ହେବାକୁ ଯାଉଛି । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ତତ୍ତ୍ଵାବଧାନରେ ବୈଠକରେ ଆସନ୍ତା ନିର୍ବାଚନରେ ଛାତ୍ର ବିଜେଡିର ଭୂମିକା ସଂପର୍କରେ ବିସ୍ତୃତ ଆଲୋଚନା କରାଯିବା ସହ ରୋଡମ୍ୟାପ ପ୍ରସ୍ତୁତ କରାଯିବ ।ବିଜେଡି ରାଜ୍ୟ ସଭାପତି ବ୍ୟୋମକେଶ ରାୟ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ କାର୍ୟ୍ୟକ୍ରମକୁ ପରିଚାଳନା କରିବେ । ତୃଣମୂଳ ସ୍ତରରୁ ବିଜେଡିକୁ ସୁଦୃଢ଼ କରିବା ସହ ଦଳ କିପରି ବିପୁଳ ମାତ୍ରାରେ ବିଜୟ ଲାଭ କରିବ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରାଯିବ ସେ ନେଇ ଗୁରୁମନ୍ତ୍ର ପ୍ରଦାନ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ