Monday, October 5, 2026
22.4 C
Odisha

    ୨୪ ଘଣ୍ଟା ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ସତର୍କତା ଜାରି, ହୋଇପାରେ ବଜ୍ରପାତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ରାଜ୍ୟର ଅଧିକାଂଶ ଅଂଚଳରେ ତିନି ଦିନ ପର୍ଯ୍ୟନ୍ତ ବର୍ଷା ଓ କୋହଲା ପାଗ ଅନୁଭୂତ ହେବ ଓ କେତେକ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼଼ ଓ ଝାରସୁଗୁଡ଼ା। ଏସବୁ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି. ରହିବାର ସମ୍ଭାବନା ରହିଛି। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଉଛି ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର। ଏସବୁ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ। ତେବେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ