ଭୁବନେଶ୍ୱର : ଦୁର୍ବଳ ହେଉଛି ଅବପାତ । ଆଗାମୀ ୧୨ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ। ଅବପାତ ପ୍ରଭାବରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗିରହିଛି ବର୍ଷା । ଆସନ୍ତା ୨୪ ତାରିଖ ଯାଏ ପ୍ରବଳ ବର୍ଷା ଆଶଙ୍କା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।